ପ୍ରବଳ ବର୍ଷା ହେବ ୧୪ ପର୍ଯ୍ୟନ୍ତ

ବଙ୍ଗୋପସାଗରରେ ଲଘୁଚାପ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଦକ୍ଷିଣ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡିଶା ଉପରେ ଥିବା ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସମାନ ଅଞ୍ଚଳରେ ସୃଷ୍ଟି ହୋଇଛି।  ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ୪ ଜିଲାକୁ ଅରେଞ୍ଜ ଓ ୧୯ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

ଘଡଘଡି ସହ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ୱାର୍ଣ୍ଣିଂ ଜାରି କରାଯାଇଛି। ୮ ଓ ୯ ଦୁଇ ଦିନ ଉପକୂଳ ଅଶାନ୍ତ ରହିବ।

 

ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଏହି ସମୟରେ ୪୦ ରୁ ୫୦ କିମି ବେଗରେ ପବନ ବହିବା ସହ ଏହି ସମୟରେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି।