ଲଘୁଚାପ; ୩ ଦିନ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ଜାରି ରହିବା ସହ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ପ୍ରବଳ ବର୍ଷାର ସତର୍କତା ଜାରି କରାଯାଇଛି। ଉତ୍ତର ଓ ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ସୁନ୍ଦରଗଡ଼ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।