ଭୁବନେଶ୍ୱର (ଏସ୍ ନ୍ୟୁଜ): ରାଜ୍ୟରେ ୬୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୪ଟି ହେଉଛି ଲୋକାଲ୍ କେସ୍। ୧୭ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍ରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ଜଣେ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ରୁ ୭, କଟକରୁ ୩, ଦେବଗଡ଼ରୁ ଜଣେ, ଗଜପତିରୁ ଜଣେ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୮, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୨, ପୁରୀରୁ ୮, ରାୟଗଡ଼ାରୁ ୪, ସମ୍ବଲପୁରରୁ ୬, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୮ ଜଣ ଚିହ୍ନଟ ହୋଇଛନ୍ତି|
ଷ୍ଟେଟ୍ ପୁଲ୍ରୁ ୨ ଜଣ ଚିହ୍ନଟ ହୋଛନ୍ତି। ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।