ଭୁବନେଶ୍ୱର (ଏସ୍ ନ୍ୟୁଜ) ଭୁବନେଶ୍ୱର ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ନିକଟରୁ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ପୋଲିସକୁ ମୃତ ମହିଳାଙ୍କ ପରିଚୟ ମିଳିଛି । ଖୁବଶୀଘ୍ର ସମସ୍ତ ତଥ୍ୟ କମିଶନରେଟ୍ ପୋଲିସ ପ୍ରେସମିଟ୍ ଜରିଆରେ ସୂଚନା ଦେବେ ବୋଲି ଜଣାପଡିଛି ।
ମହିଳାଙ୍କ ପରିଚୟ ଜାଣିବା ପାଇଁ ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ କରିବାକୁ ଯୋଜନା କରାଯାଉଥିବା ଗତକାଲି କମିଶନରେଟ ପୁଲିସ୍ ପକ୍ଷରୁ କୁହାଯାଇଥିଲା। NCRB ପାଖରେ ଥିବା ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ କରିବାକୁ ଯୋଜନା କରାଯାଉଛି। ମହିଳାଙ୍କ ବିଷୟରେ NCRBରେ ପୂର୍ବରୁ ତଥ୍ୟ ଥିଲେ ପରିଚୟ ମିଳିପାରେ ବୋଲି ଗତକାଲି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସୂଚନା ଦେଇଥିଲେ।
ତେବେ ଗତ ୪ ତାରିଖ ଦିନ ଭୁବନେଶ୍ୱର ଅନ୍ଧାରୁଆ-ଦାସପୁର ରାସ୍ତା କଡରୁ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଥିଲା। ମହିଳାଙ୍କୁ ଆଣି ଏହିଠାରେ ହତ୍ୟା କରାଯାଇଛି ନା ବାହାରେ ହତ୍ୟାକରି ମହିଳାଙ୍କୁ ଏଠାରେ ଫୋପାଡି ଦିଆଯାଇଛି ତାର ତଦନ୍ତ ଜାରି ରଖିଥିଲା କମିସନରେଟ ପୋଲିସ । ସେପଟେ ମହିଳାଙ୍କ ପରିଚୟ ମଧ୍ୟ ମିଳିପାରି ନ ଥିଲା। ପ୍ରାଥମିକ ଅନୁସନ୍ଧାନରୁ ମହିଳାଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗିଦେଇଥିବା ସନ୍ଦେହ କରି ତଦନ୍ତ ଆରମ୍ଭ କରିଥିଲା ପୁଲିସ।
ମହିଳାଙ୍କ ପରିଚୟ ଜାଣିବା ପାଇଁ ଭୁବନେଶ୍ୱର ଓ ଆଖପାଖ ଥାନାକୁ ପୁଲିସ ଖବର ଦେଇଥିଲା। ଜଣେ ଆଡିସିନାଲ୍ ଏସ୍ପି ରାଙ୍କର ଅଫିସରଙ୍କ ତତ୍ତ୍ୱବଧାନରେ ଏକ ୫ ଜଣିଆ ଟିମ୍ ଘଟଣାର ତଦନ୍ତ କରୁଥିବା ବେଳେ ମହିଳାଙ୍କ ପରିଚୟ ଜାଣିବା ପାଇଁ ରାଜଧାନୀର ବିଭିନ୍ନ ଅଞ୍ଚଳରେ ପୋଷ୍ଟର ମଧ୍ୟ ମରାଯାଇଥିଲା