ଅନୁଭବ-ବର୍ଷା ବିବାଦ ଦିଲ୍ଲୀରେ ନୁହେଁ କଟକ ଫ୍ୟାମିଲି କୋର୍ଟରେ ଚାଲିବ ମାମଲା

କଟକ(ଏସ୍ ନ୍ୟୁଜ): ଓଲିଉଡର ଚର୍ଚ୍ଚିତ ଦମ୍ପତି ଅନୁଭବ-ବର୍ଷା ପାରିବାରିକ ବିବାଦ। ମାମଲାର ଶୁଣାଣି ଦିଲ୍ଲୀର ପଟିଆଲା ହାଉସ କୋର୍ଟ ନୁହେଁ କଟକ ଫ୍ୟାମିଲି କୋର୍ଟରେ ମାମଲା ଚାଲିବ। କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଆଜିର ଶୁଣାଣି ପରେ ଏନେଇ ସୂଚନା ଦେଇଛନ୍ତି ବର୍ଷାଙ୍କ ଓକିଲ କୃଷ୍ଣା କୁମାର। ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦକୁ ନେଇ ବର୍ଷାଙ୍କୁ ଛାଡ଼ପତ୍ର ଦେବା ପାଇଁ ପଟିଆଲା ହାଉସ୍ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ମାତ୍ର ଶୁଣାଣି ପାଇଁ ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ କହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।