ଭୁବନେଶ୍ୱର,(ଏସ୍ ନ୍ୟୁଜ): ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଜାରି ହୋଇଥିବା ସତର୍କ ସୂଚନା ଅନୁଯାୟୀ ଆଜି (ଶୁକ୍ରବାର) ଦିନ ୧ଟା୩୦ରୁ ଶନିବାର ସକାଳ ୮ଟା୩୦ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ବାଲେଶ୍ୱର, ଯାଜପୁର, ଭଦ୍ରକ, ନୂଆପଡା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ମାତ୍ରାରେ ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।