ଭୁବନେଶ୍ୱର(ଏସ୍ ନ୍ୟୁଜ): ଆଜି ଓଡ଼ିଶା ସିଭିଲ୍ ସର୍ଭିସେସ୍ (ପ୍ରିଲିମିନାରୀ) ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ସୂଚନାଯୋଗ୍ୟ, ୩୯୨ଟି ପଦବୀ ପାଇଁ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଏହି ଓଏଏସ୍ ପ୍ରିଲିମିନାରୀ ପରୀକ୍ଷା ମେ’ ୨୩ତାରିଖ ରବିବାର ୫ଟି ଜୋନରେ ହେବ। ଭୁବନେଶ୍ୱର, କଟକ ସମେତ ସମ୍ବଲପୁର, ବାଲେଶ୍ୱର ଓ ବ୍ରହ୍ମପୁରରେ ଏହି ପରୀକ୍ଷା ହେବ। ଦୁଇଟି ସିଟିଂରେ ୨ଘଣ୍ଟା ଲେଖାଏଁ ପରୀକ୍ଷା ହେବ। ଜେନେରାଲ ଷ୍ଟଡିଜ ପେପର-୧ ପରୀକ୍ଷା ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଓ ଜେନେରାଲ ଷ୍ଟଡିଜ ପେପର-୨ ପରୀକ୍ଷା ଅପରାହ୍ନ ସାଢ଼େ ୧ଟାରୁ ସାଢ଼େ ୩ଟା ପର୍ଯ୍ୟନ୍ତ। ପରୀକ୍ଷାର୍ଥୀମାନେ ନିଜର ଆଡମିଟ୍ କାର୍ଡ ବା ଆଡମିଶନ ସାର୍ଟିଫିକେଟକୁ ଓଡ଼ିଶା ଲୋକସେବା ଆୟୋଗଙ୍କ ୱେବସାଇଟରୁ ଡାଉନଲୋଡ୍ କରିପାରିବେ।
Next Post