ଭୁବନେଶ୍ୱର (ଏସ୍ ନ୍ୟୁଜ): ବଢୁଥିବା କରୋନା ସଂକ୍ରମଣ ଦେଖି ରାଜ୍ୟ ସରକାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ଏପ୍ରିଲ୍ ୫ ତାରିଖରୁ ଅର୍ଥାତ୍ ସୋମବାର ଠାରୁ ଏହାକୁ ଲାଗୁ କରାଯିବ।
କଟକଣା ଲାଗୁ ହୋଇଥିବା ଜିଲ୍ଲାଗୁଡିକ ହେଉଛି- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ଏହି ସବୁ ଜିଲ୍ଲା ଗୁଡ଼ିକରେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ କୁହାଯାଇଛି। ଅନ୍ୟାଦେଶ ଯାଏଁ ଏହା ଲାଗୁ ହେବ।