ଦେଶରେ ଏକ ଲକ୍ଷ ଟପିଲା ଦୈନିକ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: କରୋନାଭାଇରସ୍‌ଜନିତ ମହାମାରୀ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ କରି ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୩,୫୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୭୮ ମୃତ୍ୟୁ ରେକର୍ଡ କରାଯାଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୮୯,୦୬୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୭୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୫,୧୦୧ରେ ପହଞ୍ଚିଛି। କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫୨,୮୪୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୬,୮୨,୧୩୬। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭,୪୧,୮୩୦।