ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୭୧ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୨୩ ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୭୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ହଜାର ୩୦୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୯୭ ହଜାର ୮୯୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୫ ଲକ୍ଷ ୫୬ ହଜାର ୨୦୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୮୨୨୦୪।