୮ରେ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ, (ଏସ୍‌ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ବୋଲି ଜଣାପଡିଛି । ଆସନ୍ତା ୮ ତାରିଖରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ ଅଧିକାରୀମାନେ ସାମିଲ ହେବେ । ଜିଲ୍ଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀ ମଧ୍ୟ ସାମିଲ ହେବେ । କୋଭିଡ କଟକଣାରେ ରଥଯାତ୍ରା ଆୟୋଜନ ନେଇ ଆଲୋଚନା ହେବ । ଗତବର୍ଷ ରଥଯାତ୍ରା କୋଭିଡ କଟକଣା ଭିତରେ ସମାପନ୍ନ ହୋଇଥିବାବେଳେ ଚଳିତବର୍ଷ ମଧ୍ୟ ଏହି କଟକଣା ଭିତରେ ସାରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ସେପଟେ ରଥଯାତ୍ରା ପୂର୍ବରୁ ସ୍ନାନ ଯାତ୍ରା ମଧ୍ୟ ସୁରୁଖୁରରେ ଶେଷ ହୋଇଛି । ଆସାନ୍ତ ୧୨ ତାରିଖରେ ରଥଯାତ୍ରା ଥିବାରୁ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।