୨୧ରେ ଆସୁଛି ଲଘୁଚାପ: ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

 ଭୁବନେଶ୍ୱର,(ଏସ୍ ନ୍ୟୁଜ): ଆସନ୍ତା ୨୧ ତାରିଖ ସୁଦ୍ଧା ଉତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଅପରପକ୍ଷରେ ରାଜ୍ୟରେ ଆଗାମୀ ଦୁଇଦିନ କାଳବୈଶାଖୀ ସମ୍ଭାବନା ରହିଥିବା ବେଳେ ୧୮ ତାରିଖ ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିାଗ କେନ୍ଦ୍ରକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼,କୋରାପୁଟ, ରାୟଗଡ଼ା , ଗଜପତି, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ୯ଟି ଜିଲ୍ଲାକୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।