ଭୁବନେଶ୍ୱର, (ଏସ୍ ନ୍ୟୁଜ): ରାଜ୍ୟରେ କିଛି ଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଞ୍ଜାମରୁ ୮ ଜଣ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୬ ଜଣ ଲେଖାଏଁ, ବୌଦ୍ଧରୁ ୫ ଜଣ, ବରଗଡ ଓ ନୟାଗଡରୁ ୩ ଜଣ ଲେଖାଏଁ, ଗଜପତି, ପୁରୀ ଓ କେନ୍ଦ୍ରାପଡରୁ ୨ ଜଣ ଲେଖାଏଁ, ଭଦ୍ରକ, ବଲାଙ୍ଗିର, ଜଗତସିଂହପୁର, ଯାଜପୁର, କନ୍ଧମାଳ ଓ ରାୟଗଡାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।