ଭୁବନେଶ୍ୱର,(ଏସ୍ ନ୍ୟୁଜ): ଗତ ୨୪ ଘଣ୍ଟାରେ ରାଜ୍ୟରେ୧୯୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୮୦୮ଟି ହେଉଛି ଲୋକାଲ୍ କେସ୍। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣଙ୍କ ସଂପର୍କରେ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୭୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରେ କେବଳ ଖୋର୍ଦ୍ଧା ଜିଲ୍ଲାରୁ ୧୦୦୩ ଜଣ ଅଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୮୪୪, ବରଗଡ଼ରରୁ ୧୯, ଭଦ୍ରକରୁ ୫୫, ବଲାଙ୍ଗୀରରୁ ୧୦, ବୌଦ୍ଧରୁ ୭, କଟକରୁ ୨୫୬, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ୩୭ ଜଣ, ଗଜପତିିରୁ ୧୬ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୯୨ ଜଣ, ଯାଜପୁରରୁ ୮୩ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୭୩ ଜଣ, କେନ୍ଦୁଝରରୁ ୩୩ ଜଣ, ଖୋର୍ଦ୍ଧାରୁ ୫୧୮ ଜଣ, କୋରାପୁଟରୁ ୧୦ ଜଣ, ମାଲକାନଗିରିରୁ ୧୨ ଜଣ, ମୟୂରଭଞ୍ଜରୁ ୬୯ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୭୬ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୧୮ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୫୦ ଜଣ ଓ ଷ୍ଟେଟପୁଲରୁ ୧୦୯ ଜଣ ଚିହ୍ନଟ ହୋଇଛନ୍ତି।