୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩,୬୫୪ ନୂଆ କୋଭିଡ୍‌ ପଜିଟିଭ୍ ଚିହ୍ନଟ, ମୃତ୍ୟୁସଂଖ୍ୟା ୬୪୦

ନୂଆଦିଲ୍ଲୀ,(ଏସ୍ ନ୍ୟୁଜ): ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୩ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୩,୬୫୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୪୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩୧,୫୨୮,୧୧୪ ଓ ମୃତ୍ୟୁସଂଖ୍ୟା ୪,୨୨,୬୬୨ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୪୬୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୦୧,୬୧୨ରେ ପହଞ୍ଚିଛି।