ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ଖୁବଶୀଘ୍ର ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ସେପ୍ଟେମ୍ବର ମାସରେ ଜମି ଅଧିଗ୍ରହଣର ଷ୍ଟାଟସ୍ ରିପୋର୍ଟ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଦେବେ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିଥିଲା । ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିସାରିଛି । ମନ୍ତ୍ରୀ କହିଛନ୍ତି ଉଡ଼ାନ ଯୋଜନାରେ ଦୁଇଟି ସ୍ଥାନରୁ ବିମାନ ଉଡିବା ନେଇ ଯୋଜନା ଶେଷ ପର୍ଯ୍ଯାୟରେ ପହଞ୍ଚିଛି । ଏଥିଲାଗି ଦୁଇଟି ଏୟାର ଷ୍ଟ୍ରିପ୍ ସମ୍ପୂର୍ଣ୍ଣ ପ୍ରସ୍ତୁତି ହୋଇ ସାରିଲାଣି।