ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୨୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୭୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୯ ଲକ୍ଷ ୯୮ହଜାର ୧୫୮ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୮ ହଜାର ୬୮୨ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୧ ଲକ୍ଷ ୮୦ହଜାର ୯୬୮ରେ ପହଁଚିଛି । ଏବେ ଦେଶରେ ୩୮୮୫୦୮ଟି ସକ୍ରିୟ ମାମଲା ରହିଛି ।