ଦେଶରେ ୫୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ସାରା ଦେଶରେ କରୋନା ମହାମାରୀ ତାର କାୟା ବିସ୍ତାର କରିବାରେ ଲାଗିଛି । ଏହାରି ଭିତରେ ଦେଶରେ ୫୦ଲକ୍ଷ ପାର ହୋଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।୨୪ ଘଣ୍ଟା ମଧ୍ୟରେ ୯୦ ହଜାର ୧୨୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଲକ୍ଷ ୨୦ ହଜାର ୩୬୦ କୁ ବୃଦ୍ଧି ପାଇଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨ ଶହ ୯୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୮୨୯୬୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଅନ୍ୟପଟେ ଦେଶରେ ଏଯାବତ୍ ୯ଲକ୍ଷ ୯୫ ହଜାର ୯୩୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁ ସଂଖ୍ୟା ୮୨, ୦୬୬ ରହିଛି । ସୁସ୍ଥ ହୋଇସାରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଲକ୍ଷ ୪୨ ହଜାର ୩୬୦ରେ ପହଞ୍ଚିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛି।