ଆଜି ଅପରାହ୍ଣ ରେ ବାହାରିବ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ଆଜି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ । ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ସୂଚନା ଦେଇଛନ୍ତି। orissaresults.nic.inରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ପାଇପାରିବେ। କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ ହୋଇଥିଲା ଏବଂ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କର ମୂଲ୍ୟାୟନ କରାଯାଇଛି। ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରିକ୍ଷା ଫଳ ବାହାରିଥିଲା। ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଥିଲା।