ଭୁବନେଶ୍ୱର,(ଏସ୍ ନ୍ୟୁଜ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୨୧କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୪ ଅଛନ୍ତି। ଏହାଛଡ଼ା ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରୁ ୮ ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ ଜଣ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଏଁ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜିଲ୍ଲାରୁ ୩ ଜଣ ଲେଖାଏଁ ଏବଂ ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି।
Prev Post