ଭୁବନେଶ୍ୱର,(ଏସ୍ ନ୍ୟୁଜ): ଆଗାମୀ ୩ଦିନ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ କାଳାକବୖଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅଗଷ୍ଟ ୨୫ରୁ ୨୬ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏତଦ ବ୍ୟତୀତ ୨୬ରୁ ୨୭ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।
Prev Post