ଅନୁଭବଙ୍କ ତ୍ୱରିତ ବିଚାର ଆବେଦନକୁ ରଦ୍ଦ କରିଦେଲେ ହାଇକୋର୍ଟ

କଟକ,(ଏସ୍‌ ନ୍ୟୁଜ): କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ପାରିବାରିକ ବିବାଦ ମାମଲାରେ ଆସିଛି ନୂଆ ମୋଡ | ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଏହାର ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ଆବେଦନ କରିଥିଲେ ଅନୁଭବ ମହାନ୍ତି। ମାତ୍ର ଅନୁଭବଙ୍କ ଏହି ଆବେଦନର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହୋଇଥିବାରୁ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ ।