ଭୁବନେଶ୍ୱର,(ଏସ୍ ନ୍ୟୁଜ୍): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୮ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି। ଯାହା ଘନୀଭୂତ ହୋଇ ୨୮ତାରିଖ ସନ୍ଧ୍ୟାରେ ଲଘୁଚାପରେ ପରିଣତ ହେବ। ଏପରି ସୂଚନାରେ ଚାଷୀଙ୍କ ପାଇଁ ଖୁସି ଖବର ,ମରୁଡି ପରିସ୍ଥିତି ବଦଳିପାରେ ।

ଏହାର ପ୍ରଭାବରେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷାର ପରିମାଣ ବଢିପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲା ସମେତ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ବୌଦ୍ଧ, ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏସବୁ ଜିଲ୍ଲାଗୁଡିକୁ ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।