ଆଜିଠାରୁ ରାଜ୍ୟରେ ଶତ ପ୍ରତିଶତରେ ଚାଲିବ ସିନେମା ହଲ

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ଆଜିଠାରୁ ରାଜ୍ୟରେ ଶତ ପ୍ରତିଶତ ଦର୍ଶକଙ୍କୁ ନେଇ ଚାଲିବ ସିନେମା ହଲ । ଗତକାଲି ସେପ୍ଟେମ୍ବର ଲାଗି ସରକାର ଗାଇଡଲାଇନ୍ ଜାରି କରିଥିବାବେଲେ ଆଜିଠୁ ଲାଗୁ ହୋଇଛି ଏହି କଟକଣା । ଶତ ପ୍ରତିଶତ ଦର୍ଶକଙ୍କୁ ନେଇ ସିନେମା ହଲ ଚାଲିବାକୁ ସରକାର ଅନୁମତି ଦେଇଛନ୍ତି। ସିନେମା ହଲ୍ ଓ ମଲ୍ ପାଇଁ ଥିବା କଟକଣା ଆହୁରି କୋହଳ କରାଯାଇଛି । ସିଟିଂ କାପାସିଟି ଅନୁସାରେ ଦର୍ଶକ ସିନେମା ହଲକୁ ଯାଇପାରିବେ । ସେହିପରି ମଲ୍ ଯିବା ଲାଗି ଭ୍ୟାକସିନ୍ ସାର୍ଟିଫିକେଟ୍ ଓ  କୋଭିଡ୍ ନେଗେଟିଭ୍ ରିପୋର୍ଟ ଆବଶ୍ୟକ ହେବ ନାହିଁ  ।  ମାସ୍କ ପରିଧାନକୁ କିନ୍ତୁ କଡାକଡି ଭାବେ ପାଳନ କରିବେ ଦର୍ଶକ ।