ଓଡିଶାରୁ ଆଉ ୫ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୪୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଅଛନ୍ତି।