ବାଚସ୍ପତିଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ୱର,(ଏସ୍‌ ନ୍ୟୁଜ): : ଆଜି ଆରମ୍ଭରୁ ବିଧାନସଭାରେ ଦେଖାଦେଇଛି ହଙ୍ଗାମା । କଂଗ୍ରେସର ଖଣି ସଂପର୍କିତ ମୁଲତବି ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିନଥିବାରୁ ଆଜି ଆରମ୍ଭରୁ ବିଧାନସଭାକୁ ଅଚଳ କରି ଦେଇଛନ୍ତି ବିରୋଧୀ। ଏପରିକି ବାଚସ୍ପତିଙ୍କୁ ତାଙ୍କ ଚ୍ୟାମ୍ବରରେ ଘେରାଇ କରିଛନ୍ତି ବିଜେପି ଓ କଂଗ୍ରେସ ବିଧାୟକ ।ବାଚସ୍ପତିଙ୍କୁ ଘେରାଉ କରାଯିବାରୁ ସାଢ଼େ ୧୧ଟା ପରେ ଗୃହକୁ ସେ ନିଜ ଚାମ୍ବରରୁ ଆସିପାରିନଥିଲେ । ଏହା ପରେ ଉପବାଚସ୍ପତି ରଜନୀକାନ୍ତ ସିଂହ ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବି କରିଛନ୍ତି। ଫଳରେ ଆଜି କୌଣସି ଗୃହକାର୍ଯ୍ୟ ହୋଇପାରିନାହିଁ। ସୂଚନାଯୋଗ୍ୟ, କଂଗ୍ରେସର ଖଣି ସଂପର୍କିତ ମୁଲତବି ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିନଥିବାରୁ ଆଜି ଆରମ୍ଭରୁ ଗୃହରେ ହଙ୍ଗାମା ହୋଇଥିଲା ।