ରାତି ସାଢ଼େ ୮ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ବିପଦ

ଭୁବନେଶ୍ୱର: ରାତି ସାଢ଼େ ୮ ସୁଦ୍ଧା ୮ ଜିଲ୍ଲାକୁ ସତର୍କ ଘଣ୍ଟି । ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧା ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।ଗତ କାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ଏବଂ ତତ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଅଧିକ ଘନୀଭୂତ ହୋ‌ଇ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ଏହା ପ୍ରଭାବରେ ୧୨ ଓ ୧୩ତାରିଖରେ ରାଜ୍ୟବ୍ୟାପୀ ଭଲ ବର୍ଷା ହେବ ।