ସୁନ୍ଦରଗଡରେ ୫୮୦.୮୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

ସୁନ୍ଦରଗଡ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡରେ ୫୮୦.୮୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ୟ୍ୟ କରାଯିବ। ଏହି କାର୍ୟ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ଯୋଗ ଦେଇ ସ୍ବାସ୍ଥ୍ୟ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଏହାସହ ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସୁନ୍ଦରଗଡ ଜିଲ୍ଲାବାସୀଙ୍କ ପାଇଁ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସ୍ମାର୍ଟ ହେଲଥ କାର୍ଡ ବଣ୍ଟନରେ ସୁନ୍ଦରଗଡ ହେଉଛି ଦ୍ବିତୀୟ ଜିଲ୍ଲା ।