ଆଜି ହେଉଛି ପବିତ୍ର ବିଶ୍ୱକର୍ମା ପୂଜା । ଶିଳ୍ପ ଓ କାରଖାନା ଜଗତର ମୁଖ୍ୟ ବିନ୍ଧାଣି ତଥା ଭଗବାନ ବିଶ୍ୱକର୍ମାଙ୍କ ଜୟନ୍ତୀ । ପୂରା ଦେଶରେ ବେଶ ଉତ୍ସବର ସହ ପାଳନ ହେଉଛି ବିଶ୍ୱକର୍ମା ପୂଜା । ଆଜିର ଦିନେରେ ବିଭିନ୍ନ ଶିଳ୍ପାନୁଷ୍ଠାନ ଓ କଳାକାରଖାନାରେ ଭଗବାନ ବିଶ୍ୱକର୍ମାଙ୍କୁ ପୂଜା କରାଯାଇଥାଏ । ଭଗବାନ ବିଶ୍ୱକର୍ମାଙ୍କ କୃପାରୁ ପୂରା ବିଶ୍ୱର ସୃଷ୍ଟି । ପୌରାଣିକ କଥା ଅନୁଯାୟୀ, ପୁରାଣ କାଳରେ ଦେବତାଙ୍କ ପାଇଁ ଅସ୍ତ୍ରଶସ୍ତ୍ର ଓ ମହଲ ନିର୍ମାଣ କରୁଥିଲେ ବିଶ୍ୱକର୍ମା । ତେଣୁ ବିଶ୍ୱକର୍ମାଙ୍କୁ ଶିଳ୍ପୀ ମାନଙ୍କର ଦେବତା ବୋଲି ବିବେଚନା କରାଯାଏ । ସବୁଠାରୁ ବଡ ଇଞ୍ଜିନିୟର ଭାବେ ବିଶ୍ୱକର୍ମା ଖ୍ୟାତ । ଶିଳ୍ପ ଜଗତ ପାଇଁ ବିଶ୍ୱକର୍ମାଙ୍କ ଦାନ ଅତୁଳନୀୟ । ତେଣୁ ଭଗବାନ ବିଶ୍ୱକର୍ମାଙ୍କୁ ଶିଳ୍ପକଳାର ଜନକ ବୋଲି କୁହାଯାଏ ।