୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪୪ ଜଣ କରୋନା ପଜିଟିଭ୍

ଭୁବନେଶ୍ୱର,(ସାକ୍‌ସୀ ନ୍ୟୁଜ୍‌): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୪ ଜଣ, ବାଲେଶ୍ୱରରୁ ୩୪ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୫, କଟକରୁ ୭୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୮ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେଉଁଝରରୁ ୧ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୬ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।