160×600
160×600

ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ୟେଲୋ ଓ ଅରେଞ୍ଜ ୱା‌ର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଦୁଇଟି ଜିଲ୍ଲା ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜ ରହିଛି। ଏହି ଦୁଇଟି ଜିଲ୍ଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ‌ଅରେଞ୍ଜ ୱା‌ର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଫଳରେ ନଦୀରେ ଜଳ ସ୍ତରର (ସୁବର୍ଣ୍ଣରେଖା ବେସିନ)ବୃଦ୍ଧି ହୋଇପାରେ। ବନ୍ୟା ସୂଚନା ପାଇଁ କେନ୍ଦ୍ରୀୟ ଜଳ ଆୟୋଗ ୱେବସାଇଟ୍ ପରିଦର୍ଶନ କରି ପାରିବେ ଜିଲ୍ଲାବାସୀ। ଏଥିସହିତ ସେପ୍ଟେମ୍ବର ୨୯ରୁ ୩୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ‌ଢ଼େଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।