ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ୨୩୪କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ଦୁଇଜଣ ଲେଖାଏଁ ସଂକ୍ରମିତକଙ୍କ ମୃତ୍ୟୁ ଘଟିଛି । ଏହା ସହ ଢ଼େଙ୍କାନାଳ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।