ଭୁବନେଶ୍ୱର (ଏସ୍ ନ୍ଯୁଜ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି ।
ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ୭ଜିଲ୍ଲାଗୁଡ଼ିକ ହେଉଛି ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ । ଏହାସହ ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।