ରାଜ୍ୟର ୩୪ଟି ପୋଲିସ ଜିଲ୍ଲାରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ହେବ

ଭୁବନେଶ୍ୱର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ (Child Friendly Police Station) ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ବତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀଏହି ନିଷ୍ପତ୍ତି ନେଇଛନ୍ତି । ।