ଶ୍ରୀନଗର: ଜମ୍ମୁ-କାଶ୍ମୀର ସ୍ଥିତ ଡୋଡାରେ ଏକ ସଡକ ଦୁର୍ଘଟଣାରେ ୮ ଜଣ ପ୍ରାଣ ହରାଇଥିବାବେଳେ ପ୍ରାୟ ୧୫ ଜଣ ଆହତ ହୋଇଛନ୍ତି । ସୂଚନାଥାଉକି ଗାଡ଼ି ଚାଳକ ଗାଡ଼ି ଉପରୁ ନିଜର ନିୟନ୍ତ୍ରଣ ହରାଇବା ପରେ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ଘଟିଥିଲା । ଦୁର୍ଘଟଣାରେ ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ସଡକ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ମୋଦି ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାରେ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଓ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କାର ରାଶି ଦେବା ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।