160×600
160×600

ଶରେ ଦିନକରେ ଆଉ ୧୦,୯୨୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଦେଶରେ ଦିନକରେ ଆଉ ୧୦,୯୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୯୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ୨୪ ଘଣ୍ଟାରେ ଆଉ ୧୨,୫୦୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ୩୩,୭୩,୭୪,୬୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୮.୨୩%। ୧,୪୬,୯୫୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୪୩%। ସେହିପରି ଏଯାଏଁ ୧,୦୭,୯୨,୧୯,୫୪୬ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।