ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

କଟକ: ସିନେ ଅଭିନେତା ମିହିର ଦାସଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର । କିଡନୀ ସଂକ୍ରମଣ ଯୋଗୁଁ ଗତକାଲି ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ମିହିର । ବର୍ତ୍ତମାନ ମିହିରଙ୍କର ଏକାଧିକ ଅଙ୍ଗ ସଂକ୍ରମିତ ହୋଇଥିଵା ସୂଚନା ଦେଇଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ । ସେ ଏବେ କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ପୂର୍ବରୁ କିଡ୍‌ନୀ ରୋଗରେ ଆକ୍ରାନ୍ତ ମିହିର ଦାସଙ୍କୁ ଗତ ୭ ତାରିଖରେ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା ।