ଅଧା କର୍ମଚାରୀରେ ଚାଲିବ ଅଫିସ

ଭୁବନେଶ୍ୱର : ଭାରତରେ ଏବେ କୋଭିଡ ବେକାବୁ ହେବାରେ ଲାଗିଛି । ଏହାକୁ ଆଖି ଆଗରେ ରଖି ସତର୍କ ହେଉଛନ୍ତି କେନ୍ଦ୍ର ସରକାର । ଏଣିକି ୫୦ ପ୍ରତିଶତ କର୍ମଚାରୀରେ ଚାଲିବ କେନ୍ଦ୍ର ସରକାରୀ କାର୍ଯ୍ୟାଳୟ । କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ଅଫିସଗୁଡିକ ଅଧା କର୍ମଚାରୀରେ ଚାଲିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପକ୍ଷରେ ବାକି ୫୦ ପ୍ରତିଶତ କର୍ମଚାରୀ ଘରେ ରହି କାମ କରିବେ । ଏହି ନିୟମ ଆସନ୍ତା ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଅନ୍ୟପକ୍ଷରେ ଯେଉଁ କର୍ମଚାରୀମାନେ କଣ୍ଟେନମେଣ୍ଟ ଜୋନ ଅଞ୍ଚଳରେ ରହୁଥିବେ, ସେମାନଙ୍କୁ ଅଫିସ ନ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି ।