ନୂଆଦିଲ୍ଲୀ: ଦେଶରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦ ହଜାରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଦେଶର ୭୦,୫୮୯ ନୂଆ ଆକ୍ରାନ୍ତଙ୍କୁ ମିଶାଇ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୫୭୬ ରହିଛି।
ତେବେ ସମଗ୍ର ଦେଶରେ ୬୧, ୪୫, ୨୯୧ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୧,୦୧,୩୯୭ ଜଣ ସୁସ୍ଥ ହୋଇଛନ୍ତି। ବାକି ୯୬, ୩୧୮ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।
ଯଦିଓ ଗତ କିଛି ଦିନ ମଧ୍ୟରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ତଳୁନାରେ ଆଜି ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ କମ୍ ରହିଛି। ତଥାପି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲୋକଙ୍କ ଭିତରେ ଡର ଉପୁଜାଉଛି। ଏହାକୁ ନେଇ ଗତ ୨୪ ଘଣ୍ଟା ମଧ୍ୟରେ ସମୁଦାୟ ୧୧,୪୨,୮୧୧ ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିବା ସୂଚନା ରହିଛି।