ଲେଉଟିବ ଶୀତ : ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡି ଅନୁଭୂତ ହେବ । କିନ୍ତୁ ଏହାପରେ ଧୀରେ ଧୀରେ ତାପମାତ୍ରା ତଳକୁ ଖସିବ । ଏଥିପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ପାଖାପାଖି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ତଳକୁ ଖସିବ । ତେଣୁ ଶୀତ ଲେଉଟିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।

ସୂଚନା ମୁତାବକ, ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତଥା ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଛି । କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଖୋର୍ଦ୍ଧା ଓ କଟକ ଆଦି ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି । ରାଜ୍ୟର ସର୍ବନିମ୍ନ ତାପମାତ୍ରା ଟିଟିଲାଗଡ଼ଠାରେ ୧୨.୩ ଡିଗ୍ରି ରେକର୍ଡ ହୋଇଛି ।