୯୭,୦୦୦ ଟପିଲା ଦେଶରେ କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ବେକାବୁ କରୋନା ଦେଶରେ ହୁ ହୁ ହୋଇ ବଢ଼ି ଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୦ହଜାରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବା ବେଳେ ସମୁଦାୟ ୧୦,୮୬,୬୮୮ ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିବା ସୂଚନା ରହିଛି।

ସମଗ୍ର ଦେଶରେ ମୋଟ ୬୨ ଲକ୍ଷ ୨୫ ହଜାର ୭୬୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା ବେଳେ ଆକ୍ରାନ୍ତଙ୍କ ମଧ୍ୟରୁ ୫୧,୮୭,୮୨୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୯୭, ୪୯୭ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୮୦,୪୭୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୪୦, ୪୪୧ ରହିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।