ନୂଆଦିଲ୍ଲୀ : ନିଟ୍ ପରୀକ୍ଷା ୬ରୁ ୮ ସପ୍ତାହ ଘୁଞ୍ଚିଲା । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାନୁସାରେ, ଛାତ୍ରଛାତ୍ରୀ ପରୀକ୍ଷା ଘୁଞ୍ଚାଇବାକୁ ଦାବି କରୁଥିଲେ । ସେମାନଙ୍କ ଅଭିଯୋଗ ଥିଲା ଯେ, ୨୦୨୧ ନିଟ୍ ପିଜି କାଉନସେଲିଂ ତାରିଖ ଚଳିତ ବର୍ଷର ପରୀକ୍ଷା ତାରିଖ ସହ ସମାନ ଥିଲା । ଏପରିକି ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟକୁ ମଧ୍ୟ ମାମଲା ଯାଇଥିଲା । ତେବେ ସରକାର ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି ।