ଦେଶରେ ୮୬,୮୨୧ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬ହଜାରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୮୬,୮୨୧ ନୂଆ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯, ୪୦, ୭୦୫ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୧ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ସମଗ୍ର ଦେଶରେ ମୋଟ ୬୩ଲକ୍ଷ ୧୨ହଜାର ୫୮୪ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୨,୭୩,୨୦୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୯୮, ୬୭୮ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସମୁଦାୟ ୧୪,୨୩,୦୫୨ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିବା ବିଭାଗ ସୂଚନା ଦେଇଛି ।