ନୂଆଦିଲ୍ଲୀ: ପୁଣି ବଢ଼ିପାରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ହୋଲି ପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିପାରନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ସଂସ୍ଥାରେ ପ୍ରକାଶ ପାଇଛି ।
ସୂଚନା ମୁତାବକ ମାର୍ଚ୍ଚରେ କର୍ମଚାରୀଙ୍କ ୩% ମହଙ୍ଗା ଭତ୍ତା ବୃଦ୍ଧି କରିବେ କେନ୍ଦ୍ର ସରକାର । ତାହା ସହ ବକେୟା ଅର୍ଥ ମଧ୍ୟ ସରକାର କର୍ମଚାରୀଙ୍କୁ ଦେଇପାରନ୍ତି । ଏହି ୩% ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ କରାଯିବ । ଅର୍ଥାତ୍ ଜାନୁଆରୀ ପହିଲାରୁ କର୍ମଚାରୀଙ୍କୁ ୩୪ ପ୍ରତିଶତ ମହଙ୍ଗା ଭତ୍ତା ମିଳିବ । ପୂର୍ବରୁ ମଧ୍ୟ କେନ୍ଦ୍ର ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ ।