୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୪୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୪୮୧ ଜଣକୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୨ଜଣ ରହିଛନ୍ତି ।