୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ଏସ୍ ନ୍ଯୁଜ): ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ଓଡ଼ିଶା, ଉପକୂଳବର୍ତ୍ତୀ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ବେଙ୍ଗାଲୁରୁର ପଶ୍ଚିମ କେନ୍ଦ୍ରୀୟ ଉପକୂଳରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆସନ୍ତା ଅକ୍ଟୋବର ୭ ତାରିଖ ଯାଏ ତମାମ ରାଜ୍ୟରେ ବର୍ଷା ଲାଗି ରହିବ।

ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ଅନ୍ୟପଟେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରିକରି କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅକ୍ଟୋବର ୩ ତାରିଖ ମଧ୍ୟାହ୍ନ ସୁଦ୍ଧା ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦୁଝର, ପୁରୀ, ଗଞ୍ଜାମ ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୪ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବ। ୪ ତାରିଖରେ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟାଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୫ ତାରିଖରେ କୋରାପୁଟ, ନବରଙ୍ଗପୁର, କାଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୋନପୁର, ବୌଦ୍ଧ, କନ୍ଧମାଳ, ସମ୍ବଲପୁର, ଅନୁଗୁଳ, ମୟୂରଭଞ୍ଜ, କଟକ, ଢ଼େଙ୍କାନାଳ ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନାକୁ ଦେଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୬ ତାରିଖରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡା, ନବରଙ୍ଗପୁର, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୭ ତାରିଖରେ ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଅନ୍ୟପଟେ ପ୍ରବଳ ବର୍ଷା ଫଳରେ ଜଳବନ୍ଦୀ ସମସ୍ୟାଠାରୁ ଆରମ୍ଭ କରି ଅକସ୍ମାତ ବନ୍ୟା, ଭୂ-ସ୍ଖଳନ ଆଦି ପରିସ୍ଥିତି ପାଇଁ ଅଗ୍ନିଶମ ବିଭାଗର ସହାୟତା ଲୋଡ଼ିବା ସହ ସମସ୍ତ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିସନର୍‌ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପ୍ରବଳ ବର୍ଷା ହେବାକୁ ଥିବା ଅଞ୍ଚଳଗୁଡ଼ିକ ଉପରେ ନଜର ରଖିବାକୁ କହିଛନ୍ତି ଏସଆରସି ।