ଭୁବନେଶ୍ୱର : ରାଜ୍ୟରେ ଏବେ ଆଗାମୀ କିଛିଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । କିନ୍ତୁ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବ । ଏନେଇ ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ, ଆଜିଠୁ ରାଜ୍ୟରେ ପାଗ ଶୁଖିଲା ରହିବ ।
ସେହିପରି ଅପରାହ୍ନରେ କେତେକ ଜିଲ୍ଲାରେ ଭଳି କାଁ ଭାଁ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛନ୍ତି । ଅନ୍ୟପକ୍ଷରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ବଢ଼ିବ ବୋଲି ଡ.ସାହୁ ପୂର୍ବାନୁମାନ କରିଛନ୍ତି ।