ଭୁବନେଶ୍ୱର : ବିଏମସି ପାଇଁ କଂଗ୍ରେସ ପକ୍ଷରୁ ମଧୁସ୍ମିତା ଆଚାର୍ଯ୍ୟଙ୍କୁ ମେୟର ପ୍ରାର୍ଥୀ ଘୋଷଣା କରାଯାଇଛି । ଏ ନେଇ କଂଗ୍ରେସ ବିଧାୟକ ସୁର ରାଉତରାୟ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ, ମଧୁସମିତା ଆଚାର୍ଯ୍ୟ, ଜଣେ ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ।
ସେ ହେଉଛନ୍ତି ପୂର୍ବତନ କଂଗ୍ରେସ ବିଧାୟକ ସ୍ୱର୍ଗତ କାଙ୍ଗାଳୀ ପଣ୍ଡାଙ୍କ ବୋହୂ । ତାଙ୍କ ଶାଶୁ ପୂର୍ବରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ ସେ ପୋଲ ପରିଚାଳନାରେ ସହଯୋଗ କରୁଥିଲେ । ଦୁଇ ଦିନ ପୂର୍ବ ଦଳ କଟକ ମ୍ୟୁନିସିପାଲିଟି କର୍ପୋରେସନ (ସିଏମସି) ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଥିଲା । ମାର୍ଚ୍ଚ ୨୪ରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ର ବିଭିନ୍ନ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଭୁବନେଶ୍ୱରର ୬୭ ଟି ୱାର୍ଡରେ ଏହି ମତଦାନ ହେବ । ପ୍ରଥମ ଥର ପାଇଁ ମେୟର ସିଧାସଳଖ ଭୋଟରଙ୍କ ଦ୍ୱାରା ନିର୍ବାଚିତ ହେବେ ।