ଦେଶରେ ହ୍ରାସ ପାଉଛି କୋଭିଡ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ଦୈନିକ କୋଭିଡ ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ୫ ହଜାର ୪୭୬ କୋଭିଡ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ସେହିପରି ୧୫୮ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି । ଦେଶରେ ବର୍ତ୍ତମାନ ୫୯,୪୪୨ ସକ୍ରିୟ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି । ତେବେ ଗତ ୨୪ ଘଣ୍ଟାରେ ୯ ହଜାର ୭୫୪ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ ଅନୁସାରେ ଦେଶରେ ୧୭୮ କୋଟି ୮୩ ଲକ୍ଷ ୭୯ ହଜାର ୨୪୯ ଡୋଜ ଟିକାକରଣ କରାଯାଇଛି ।