କୌଣସି ଶୁଭ କାମରେ ଯିବା ପୂର୍ବରୁ ଆମେ ମିଠା ଦହି ଖାଇଥାଉ । ବହୁ ପୁରାତନ କାଳରରୁ ଏହି ପରମ୍ପରା ଚାଲି ଆସୁଛି। ମିଠା ଦହି ଖାଇ ଘରୁ ବାହାରିଲେ ସବୁ କାମ ସଫଳ ହୁଏ ବୋଲି ବିଶ୍ୱାସ ରହିଛି। ତେବେ ଏହି ପରମ୍ପରା ପଛରେ ମଧ୍ୟ ବୈଜ୍ଞାନିକ କାରଣ ରହିଛି। ଦହି ସ୍ୱାସ୍ଥ୍ୟ ପାଖେ ମଧ୍ୟ ହିତକାରକ। ଆୟୁର୍ବେଦ ଶାସ୍ତ୍ରରେ କୁହାଯାଇଛି ଯେ, ତକ୍ର: ସର୍ବ ବ୍ୟାଧି ନିବାରକ, କେବଳ କଫ ବର୍ଦ୍ଧକମ
– ଆମେ ବାହାରକୁ ଯିବାବେଳେ ଏନର୍ଜି ବା ଶକ୍ତିର ଆବଶ୍ୟକତା ହୋଇଥାଏ । ଦହି ଖାଇବା ଦ୍ୱାରା ଆମ ଶରୀରକୁ ତ୍ବରିତ ଶକ୍ତି ବା ଷ୍ଟାମିନା ମିଳିଥାଏ।
– ଦହିରେ ପ୍ରଚୁର ପରିମାଣର ପ୍ରୋଟିନ ରହିଛି ଯାହାକି ସ୍ୱାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଲାଭଦାୟକ। ଏହା ଛଡା ଦହିରେ କ୍ୟାଲସିୟମ, ପୋଟାସିୟମ, ଭିଟାମିନ ବି-୬ ଏବଂ ବି-୧୨ ଭଳି ପୋଷଣ ତତ୍ୱ ରହିଛି।
– ଚିନିରେ ସର୍କରା ରହିଛି ଯାହାକି ଶରୀରକୁ ଶକ୍ତି ଯୋଗାଇଥାଏ। ଖରାରେ ଘରୁ ବାହାରିବା ପୂର୍ବରୁ କିଛି ମାତ୍ରାରେ ଚିନି ଖାଇ ବାହାରିଲେ ଡିହାଇଡ୍ରେସନ ସମସ୍ୟା ଦେଖାଦେଇନଥାଏ।
– ଦହି ଖାଇବା ଦ୍ୱାରା ଆମର ହାଡ ମଜବୁତ ହୋଇଥାଏ। ଦହିରେ ପାଚନ ଶକ୍ତି ରହିଥିବାରୁ ଦହି ଖାଇବା ଦ୍ୱାରା ପେଟ ସମସ୍ୟା ମଧ୍ୟ ଦୂର ହୋଇଥାଏ।
– ବୈଜ୍ଞାନିକଙ୍କ କହିବା ଅନୁଯାୟୀ ଦିନକୁ ୨୦୦ ଗ୍ରାମ ଦହି ଖାଇଲେ ଶରୀରରେ ରୋଗ ପ୍ରତିଶୋଧକ କ୍ଷମତା ମଧ୍ୟ ବଢିଥାଏ।
– ଦହିରେ କିଛି ମାତ୍ରାରେ ବେସନ ଏବଂ ଲେମ୍ବୁ ରସ ମିଶାଇ ମୁହଁରେ ଲଗାଇଲେ ତ୍ୱଚା ମଧ୍ୟ ଉଜ୍ଜ୍ୱଳ ଦେଖାଯାଏ।
– ଦହି ମୁଣ୍ଡରୁ ରୁପି ଦୂର କରିବାରେ ସାହାଯ୍ୟ କରିଥାଏ। ଏହା ଦ୍ୱାରା ଚୁଟି ସଫା ହେବା ସହିତ ଚକ ଚକ ମଧ୍ୟ କରିଥାଏ।
– ଆମେରିକାନ ହାର୍ଟ ଆସୋସିଏସନର ସୂଚନା ଅନୁଯାୟୀ, ପ୍ରତିଦିନ ଦହି ଖାଇବା ଦ୍ୱାରା ଉଚ୍ଚ ରକ୍ତ ଚାପ ଆଶଙ୍କା ୩୧ ପ୍ରତିଶତ କମିଯାଇଥାଏ। ଏଥିରେ ଥିବା ପୋଟାସିୟମ ଏବଂ ମ୍ୟାଗନେସିୟମ ଯୋଗୁଁ ଏହା ହାର୍ଟକୁ ସୁସ୍ଥ ରଖିଥାଏ।
-ତେବେ ଦହି କଫ ସୃଷ୍ଟିକାରୀ ହୋଇଥିଆ । କିନ୍ତୁ ସର୍କରାଯୁକ୍ତ ଦହି କଫ କରିନଥାଏ ।